11ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାୟେଲ ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ।
12ପୁଣି, ସେ ମନୁଷ୍ୟମାନଙ୍କ ମଧ୍ୟରେ ବନ ଗର୍ଦ୍ଦଭ ସ୍ୱରୂପ ହେବ, ତାହାର ହସ୍ତ ସମସ୍ତଙ୍କ ବିରୁଦ୍ଧରେ ଓ ସମସ୍ତଙ୍କ ହସ୍ତ ତାହାର ବିରୁଦ୍ଧରେ ଥିବ, ପୁଣି, ସେ ଆପଣା ଭାଇମାନଙ୍କ ସମ୍ମୁଖରେ ବାସ କରିବ।”
13ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, “ମଦ୍ଦର୍ଶକ ପରମେଶ୍ୱର” (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି!”
14ଏଣୁ ସେହି କୂପର ନାମ ବେର-ଲହୟ-ରୋୟୀ ରଖାଗଲା। ସେହି କୂପ କାଦେଶ ଓ ବେରଦ ମଧ୍ୟରେ ଅଛି।
15ଏଥିଉତ୍ତାରେ ହାଗାର ଅବ୍ରାମଙ୍କ ନିମନ୍ତେ ପୁତ୍ର ପ୍ରସବ କରନ୍ତେ, ଅବ୍ରାମ ହାଗାରଠାରୁ ଜାତ ଆପଣାର ସେହି ପୁତ୍ରର ନାମ ଇଶ୍ମାୟେଲ ଦେଲେ।