1ଅବ୍ରାମଙ୍କର ଭାର୍ଯ୍ୟା ସାରୀ ନିଃସନ୍ତାନା ଥିଲେ, ପୁଣି, ହାଗାର ନାମ୍ନୀ ତାଙ୍କର ଏକ ମିସରୀୟା ଦାସୀ ଥିଲା।
2ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ଦେଖ, ସଦାପ୍ରଭୁ ମୋତେ ବନ୍ଧ୍ୟା କରିଅଛନ୍ତି; ଏଣୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଏହି ଦାସୀର ସହବାସ କର; କେଜାଣି ମୁଁ ଏହା ଯୋଗୁଁ ପୁତ୍ର ପାଇ ପାରିବି।” ତେବେ ଅବ୍ରାମ ସାରୀଙ୍କର ବାକ୍ୟରେ ସମ୍ମତ ହେଲେ।
3ଅବ୍ରାମ କିଣାନ ଦେଶରେ ଦଶ ବର୍ଷ ବାସ କଲା ଉତ୍ତାରେ ତାଙ୍କର ଭାର୍ଯ୍ୟା ସାରୀ ଆପଣା ମିସରୀୟା ଦାସୀ ହାଗାରକୁ ନେଇ ଆପଣା ସ୍ୱାମୀ ଅବ୍ରାମ ସହିତ ବିବାହ ଦେଲେ।
4ଏଥିଉତ୍ତାରେ ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି, ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛଜ୍ଞାନ କରିବାକୁ ଲାଗିଲା।