ଆଦି ପୁସ୍ତକ 16

ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ପ୍ରାନ୍ତର ମଧ୍ୟରେ ଗୋଟିଏ ନିର୍ଝର ନିକଟରେ, ଅର୍ଥାତ୍‍, ଶୂରର ପଥରେ ଯେଉଁ ନିର୍ଝର ଅଛି, ତହିଁ ନିକଟରେ ତାହାକୁ ଦେଖି କହିଲେ,

Genesis 16:7 (UKJV) And the angel of the LORD found her by a fountain of water in the wilderness, by the fountain in the way to Shur.

5ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ମୋʼ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକୁ ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।”

6ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, “ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତାʼ ପ୍ରତି କର।” ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା।

7ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ପ୍ରାନ୍ତର ମଧ୍ୟରେ ଗୋଟିଏ ନିର୍ଝର ନିକଟରେ, ଅର୍ଥାତ୍‍, ଶୂରର ପଥରେ ଯେଉଁ ନିର୍ଝର ଅଛି, ତହିଁ ନିକଟରେ ତାହାକୁ ଦେଖି କହିଲେ,

8“ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ? ପୁଣି, କେଉଁଠାକୁ ଯିବ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।”

9ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆପଣା ସାଆନ୍ତାଣୀ ନିକଟକୁ ଫେରିଯାଇ ନମ୍ର ଭାବରେ ତାଙ୍କର ହସ୍ତର ବଶୀଭୂତା ହୁଅ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.