1ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।
2ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରି ତୁମ୍ଭକୁ ଅତିଶୟ ବୃଦ୍ଧି କରିବା।”
3ତହିଁରେ ଅବ୍ରାମ ମୁହଁ ମାଡ଼ି ପଡ଼ନ୍ତେ, ପରମେଶ୍ୱର ତାଙ୍କ ସହିତ ଆଳାପ କରି କହିଲେ,