ଆଦି ପୁସ୍ତକ 17

ତୁମ୍ଭେମାନେ ଆପଣା ଆପଣାର ଲିଙ୍ଗାଗ୍ର ଚର୍ମ ଛେଦନ କରିବ; ଆଉ ତାହା ତୁମ୍ଭମାନଙ୍କ ସହିତ ଆମ୍ଭ ନିୟମର ଚିହ୍ନ ହେବ।

Genesis 17:11 (UKJV) And all of you shall circumcise the flesh of your foreskin; and it shall be a token of the covenant between me and you.

9ପରମେଶ୍ୱର ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ ଆମ୍ଭର ନିୟମ ପାଳନ କରିବ; ତୁମ୍ଭେ ଓ ତୁମ୍ଭର ଭବିଷ୍ୟତ ବଂଶ ପୁରୁଷାନୁକ୍ରମେ ତାହା ପାଳନ କରିବେ।

10ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ସହିତ କୃତ ଆମ୍ଭର ଯେଉଁ ନିୟମ ତୁମ୍ଭେମାନେ ପାଳନ କରିବ ତାହା ଏହି, ତୁମ୍ଭମାନଙ୍କର ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ।

11ତୁମ୍ଭେମାନେ ଆପଣା ଆପଣାର ଲିଙ୍ଗାଗ୍ର ଚର୍ମ ଛେଦନ କରିବ; ଆଉ ତାହା ତୁମ୍ଭମାନଙ୍କ ସହିତ ଆମ୍ଭ ନିୟମର ଚିହ୍ନ ହେବ।

12ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତ୍ୟେକ ପୁତ୍ର ସନ୍ତାନର ଆଠ ଦିନ ବୟସରେ ସୁନ୍ନତ ହେବ। ପୁଣି, ଯେଉଁମାନେ ତୁମ୍ଭର ବଂଶ ନୁହନ୍ତି, ଏପରି ବିଦେଶୀୟ ଯେଉଁ ଲୋକ ତୁମ୍ଭ ଗୃହରେ ଜାତ ଅଥବା ମୂଲ୍ୟରେ କ୍ରୀତ ହୁଏ, ତାହାର ମଧ୍ୟ ସୁନ୍ନତ ହେବ।

13ପୁଣି, ତୁମ୍ଭର ଗୃହଜାତ ଅଥବା ମୂଲ୍ୟକ୍ରୀତ ଲୋକର ସୁନ୍ନତ ଅବଶ୍ୟ କର୍ତ୍ତବ୍ୟ; ତହିଁରେ ଅନନ୍ତକାଳ ନିମିତ୍ତ ତୁମ୍ଭମାନଙ୍କ ମାଂସରେ ଆମ୍ଭ ନିୟମର ଚିହ୍ନ ଥିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.