ଆଦି ପୁସ୍ତକ 17

ଆମ୍ଭେ ତାହାକୁ ଆଶୀର୍ବାଦ କରିବା ଓ ତାହାଠାରୁ ତୁମ୍ଭକୁ ଗୋଟିଏ ପୁତ୍ର ଦେବା; ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ସେ ନାନା ଗୋଷ୍ଠୀର ଆଦିମାତା ହେବ, ତାହାଠାରୁ ନାନା ଦେଶୀୟ ରାଜାଗଣ ଉତ୍ପନ୍ନ ହେବେ।”

Genesis 17:16 (UKJV) And I will bless her, and give you a son also of her: yea, I will bless her, and she shall be a mother of nations; kings of people shall be of her.

14ମାତ୍ର ଯାହାର ଲିଙ୍ଗାଗ୍ର ଚର୍ମର ଛେଦନ ହେବ ନାହିଁ, ଏପରି ଯେ ଅସୁନ୍ନତ ପୁରୁଷ, ସେ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ଆମ୍ଭର ନିୟମ ଲଙ୍ଘନ କଲା।”

15ତହିଁ ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକୁ ଆଉ ସାରୀ ବୋଲି ଡାକ ନାହିଁ; ତାହାର ନାମ ସାରା ହେଲା।

16ଆମ୍ଭେ ତାହାକୁ ଆଶୀର୍ବାଦ କରିବା ଓ ତାହାଠାରୁ ତୁମ୍ଭକୁ ଗୋଟିଏ ପୁତ୍ର ଦେବା; ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ସେ ନାନା ଗୋଷ୍ଠୀର ଆଦିମାତା ହେବ, ତାହାଠାରୁ ନାନା ଦେଶୀୟ ରାଜାଗଣ ଉତ୍ପନ୍ନ ହେବେ।”

17ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ?”

18ତହିଁରେ ଅବ୍ରହାମ ପରମେଶ୍ୱରଙ୍କୁ କହିଲେ, “ଇଶ୍ମାୟେଲ ତୁମ୍ଭ ଛାମୁରେ ବଞ୍ଚି ଥାଉ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.