ଆଦି ପୁସ୍ତକ 17

ତହିଁରେ ଅବ୍ରହାମ ପରମେଶ୍ୱରଙ୍କୁ କହିଲେ, “ଇଶ୍ମାୟେଲ ତୁମ୍ଭ ଛାମୁରେ ବଞ୍ଚି ଥାଉ।”

Genesis 17:18 (UKJV) And Abraham said unto God, O that Ishmael might live before you!

16ଆମ୍ଭେ ତାହାକୁ ଆଶୀର୍ବାଦ କରିବା ଓ ତାହାଠାରୁ ତୁମ୍ଭକୁ ଗୋଟିଏ ପୁତ୍ର ଦେବା; ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ସେ ନାନା ଗୋଷ୍ଠୀର ଆଦିମାତା ହେବ, ତାହାଠାରୁ ନାନା ଦେଶୀୟ ରାଜାଗଣ ଉତ୍ପନ୍ନ ହେବେ।”

17ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ?”

18ତହିଁରେ ଅବ୍ରହାମ ପରମେଶ୍ୱରଙ୍କୁ କହିଲେ, “ଇଶ୍ମାୟେଲ ତୁମ୍ଭ ଛାମୁରେ ବଞ୍ଚି ଥାଉ।”

19ସେତେବେଳେ ପରମେଶ୍ୱର କହିଲେ, “ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି, ତୁମ୍ଭେ ତାହାର ନାମ ଇସ୍‌ହାକ ରଖିବ, ପୁଣି, ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ।

20ପୁଣି, ଇଶ୍ମାୟେଲ ବିଷୟରେ ତୁମ୍ଭର ପ୍ରାର୍ଥନା ଶୁଣିଲୁ; ଦେଖ, ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ପୁଣି, ବହୁ ପ୍ରଜାବନ୍ତ କରି; ତାହାର ବଂଶ ଅତିଶୟ ବୃଦ୍ଧି କରିବା। ତାହାଠାରୁ ଦ୍ୱାଦଶ ରାଜା ଜାତ ହେବେ ଓ ଆମ୍ଭେ ତାହାକୁ ବଡ଼ ଗୋଷ୍ଠୀ କରିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.