20ପୁଣି, ଇଶ୍ମାୟେଲ ବିଷୟରେ ତୁମ୍ଭର ପ୍ରାର୍ଥନା ଶୁଣିଲୁ; ଦେଖ, ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ପୁଣି, ବହୁ ପ୍ରଜାବନ୍ତ କରି; ତାହାର ବଂଶ ଅତିଶୟ ବୃଦ୍ଧି କରିବା। ତାହାଠାରୁ ଦ୍ୱାଦଶ ରାଜା ଜାତ ହେବେ ଓ ଆମ୍ଭେ ତାହାକୁ ବଡ଼ ଗୋଷ୍ଠୀ କରିବା।
21ମାତ୍ର ଆଗାମୀ ବର୍ଷର ଏହି ସମୟରେ ସାରାର ଗର୍ଭରୁ ଯେଉଁ ଇସ୍ହାକ ଜନ୍ମିବ, ତାହା ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରିବା।”
22ଏହି ପ୍ରକାରେ କଥାବାର୍ତ୍ତା ଶେଷ କରି ପରମେଶ୍ୱର ଅବ୍ରହାମଙ୍କ ନିକଟରୁ ଊର୍ଦ୍ଧ୍ୱଗମନ କଲେ।
23ଏଥିଉତ୍ତାରେ ଅବ୍ରହାମ ଆପଣା ପୁତ୍ର ଇଶ୍ମାୟେଲକୁ ଓ ଆପଣା ଗୃହଜାତ ଓ ମୂଲ୍ୟକ୍ରୀତ ସମସ୍ତ ଲୋକଙ୍କୁ, ଅର୍ଥାତ୍ ଅବ୍ରହାମଙ୍କର ଗୃହସ୍ଥିତ ପ୍ରତ୍ୟେକ ପୁରୁଷକୁ ଘେନି ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେହି ଦିନ ସମସ୍ତଙ୍କ ଲିଙ୍ଗାଗ୍ର ଚର୍ମ ଛେଦନ କଲେ।
24ଅବ୍ରହାମଙ୍କର ଅନେଶ୍ୱତ ବର୍ଷ ବୟସରେ ତାଙ୍କର ଲିଙ୍ଗାଗ୍ର ଚର୍ମ ଛେଦନ ହେଲା।