ଆଦି ପୁସ୍ତକ 17

ଅବ୍ରହାମଙ୍କର ଅନେଶ୍ୱତ ବର୍ଷ ବୟସରେ ତାଙ୍କର ଲିଙ୍ଗାଗ୍ର ଚର୍ମ ଛେଦନ ହେଲା।

Genesis 17:24 (UKJV) And Abraham was ninety years old and nine, when he was circumcised in the flesh of his foreskin.

22ଏହି ପ୍ରକାରେ କଥାବାର୍ତ୍ତା ଶେଷ କରି ପରମେଶ୍ୱର ଅବ୍ରହାମଙ୍କ ନିକଟରୁ ଊର୍ଦ୍ଧ୍ୱଗମନ କଲେ।

23ଏଥିଉତ୍ତାରେ ଅବ୍ରହାମ ଆପଣା ପୁତ୍ର ଇଶ୍ମାୟେଲକୁ ଓ ଆପଣା ଗୃହଜାତ ଓ ମୂଲ୍ୟକ୍ରୀତ ସମସ୍ତ ଲୋକଙ୍କୁ, ଅର୍ଥାତ୍‍ ଅବ୍ରହାମଙ୍କର ଗୃହସ୍ଥିତ ପ୍ରତ୍ୟେକ ପୁରୁଷକୁ ଘେନି ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେହି ଦିନ ସମସ୍ତଙ୍କ ଲିଙ୍ଗାଗ୍ର ଚର୍ମ ଛେଦନ କଲେ।

24ଅବ୍ରହାମଙ୍କର ଅନେଶ୍ୱତ ବର୍ଷ ବୟସରେ ତାଙ୍କର ଲିଙ୍ଗାଗ୍ର ଚର୍ମ ଛେଦନ ହେଲା।

25ପୁଣି, ତାଙ୍କର ପୁତ୍ର ଇଶ୍ମାୟେଲର ତେର ବର୍ଷ ବୟସରେ ଲିଙ୍ଗାଗ୍ର ଚର୍ମ ଛେଦନ ହେଲା।

26ଏହିରୂପେ ଏକ ଦିନରେ ଅବ୍ରହାମଙ୍କର ଓ ତାଙ୍କ ପୁତ୍ର ଇଶ୍ମାୟେଲର ସୁନ୍ନତ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.