3ତହିଁରେ ଅବ୍ରାମ ମୁହଁ ମାଡ଼ି ପଡ଼ନ୍ତେ, ପରମେଶ୍ୱର ତାଙ୍କ ସହିତ ଆଳାପ କରି କହିଲେ,
4“ଦେଖ, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରୁଅଛୁ, ତୁମ୍ଭେ ଅନେକ ଗୋଷ୍ଠୀର ଆଦିପୁରୁଷ ହେବ।
5ପୁଣି, ତୁମ୍ଭ ନାମ ଅବ୍ରାମ ଆଉ ରହିବ ନାହିଁ, ମାତ୍ର ଅବ୍ରହାମ ହେବ। ଯେହେତୁ ଆମ୍ଭେ ତୁମ୍ଭକୁ ଅନେକ ଗୋଷ୍ଠୀର ଆଦିପିତା କଲୁ।
6ଆମ୍ଭେ ତୁମ୍ଭକୁ ଅତିଶୟ ବୃଦ୍ଧି କରିବା, ତୁମ୍ଭଠାରୁ ଅନେକ ଗୋଷ୍ଠୀଜାତ କରାଇବା ଓ ରାଜାମାନେ ତୁମ୍ଭଠାରୁ ଉତ୍ପନ୍ନ ହେବେ।
7ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶ-ପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।