ଆଦି ପୁସ୍ତକ 17

ଆମ୍ଭେ ତୁମ୍ଭକୁ ଅତିଶୟ ବୃଦ୍ଧି କରିବା, ତୁମ୍ଭଠାରୁ ଅନେକ ଗୋଷ୍ଠୀଜାତ କରାଇବା ଓ ରାଜାମାନେ ତୁମ୍ଭଠାରୁ ଉତ୍ପନ୍ନ ହେବେ।

Genesis 17:6 (UKJV) And I will make you exceeding fruitful, and I will make nations of you, and kings shall come out of you.

4“ଦେଖ, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରୁଅଛୁ, ତୁମ୍ଭେ ଅନେକ ଗୋଷ୍ଠୀର ଆଦିପୁରୁଷ ହେବ।

5ପୁଣି, ତୁମ୍ଭ ନାମ ଅବ୍ରାମ ଆଉ ରହିବ ନାହିଁ, ମାତ୍ର ଅବ୍ରହାମ ହେବ। ଯେହେତୁ ଆମ୍ଭେ ତୁମ୍ଭକୁ ଅନେକ ଗୋଷ୍ଠୀର ଆଦିପିତା କଲୁ।

6ଆମ୍ଭେ ତୁମ୍ଭକୁ ଅତିଶୟ ବୃଦ୍ଧି କରିବା, ତୁମ୍ଭଠାରୁ ଅନେକ ଗୋଷ୍ଠୀଜାତ କରାଇବା ଓ ରାଜାମାନେ ତୁମ୍ଭଠାରୁ ଉତ୍ପନ୍ନ ହେବେ।

7ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶ-ପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।

8ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.