1ଏଥିଉତ୍ତାରେ ଦିନକର ଖରା ବେଳେ ଅବ୍ରହାମ ମମ୍ରିର ଅଲୋନ ବୃକ୍ଷ ମୂଳେ ଆପଣା ତମ୍ବୁ ଦ୍ୱାରରେ ବସିଥିଲେ; ଏହି ସମୟରେ ସଦାପ୍ରଭୁ ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଲେ।
2ତହିଁରେ ସେ ଅନାଇ ଦେଖିଲେ, ତିନୋଟି ପୁରୁଷ ତାଙ୍କ ସମ୍ମୁଖରେ ଦଣ୍ଡାୟମାନ; ପୁଣି, ଦେଖିବାମାତ୍ର ସାକ୍ଷାତ କରିବାକୁ ତମ୍ବୁଦ୍ୱାରରୁ ବେଗେ ଯାଇ ଭୂମିଷ୍ଠ ହୋଇ କହିଲେ,
3“ହେ ପ୍ରଭୋ, ନିବେଦନ କରୁଅଛି, ମହାଶୟଗଣ, ଯଦି ତୁମ୍ଭେମାନେ ମୋ ଉପରେ ସନ୍ତୁଷ୍ଟ ଅଛନ୍ତି, ତେବେ ଏହି ଦାସର ସ୍ଥାନରେ (ଏଠାରେ) କିଛି ସମୟ ରୁହନ୍ତୁ।