9ତହିଁ ଉତ୍ତାରେ ସେମାନେ ତାଙ୍କୁ ପଚାରିଲେ, “ତୁମ୍ଭର ଭାର୍ଯ୍ୟା ସାରା କେଉଁଠାରେ?” ସେ କହିଲେ, “ଦେଖନ୍ତୁ, ସେ ତମ୍ବୁରେ ଅଛନ୍ତି।”
10ତହୁଁ ସେ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଆମ୍ଭେ ଅବଶ୍ୟ ଫେରି ଆସିବା; ଦେଖ, ସେହି ସମୟରେ ତୁମ୍ଭ ଭାର୍ଯ୍ୟା ସାରାର (କୋଳରେ) ଗୋଟିଏ ପୁତ୍ର ଥିବ।” ଏହି କଥା ସାରା ତମ୍ବୁ ଦ୍ୱାରରେ ତାଙ୍କ ପଛେ ଥାଇ ଶୁଣିଲେ।
11ସେହି ସମୟରେ ଅବ୍ରହାମ ଓ ସାରା ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସାରାଙ୍କର ସ୍ତ୍ରୀଧର୍ମ ନିବୃତ୍ତ ହୋଇଥିଲା।
12ଏନିମନ୍ତେ ସାରା ହସି ମନେ ମନେ କହିଲେ, “ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ।”
13ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, “‘ଆପଣାର ବୃଦ୍ଧାବସ୍ଥାରେ କି ନିଶ୍ଚୟ ସନ୍ତାନ ଜନ୍ମିବ,’ ଏହା ଭାବି ସାରା କାହିଁକି ହସିଲା?