12ଏନିମନ୍ତେ ସାରା ହସି ମନେ ମନେ କହିଲେ, “ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ।”
13ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, “‘ଆପଣାର ବୃଦ୍ଧାବସ୍ଥାରେ କି ନିଶ୍ଚୟ ସନ୍ତାନ ଜନ୍ମିବ,’ ଏହା ଭାବି ସାରା କାହିଁକି ହସିଲା?
14ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।”
15ତହିଁରେ ସାରା ଅସ୍ୱୀକାର କରି କହିଲେ, “ମୁଁ ହସି ନାହିଁ,” ଯେହେତୁ ସେ ଭୟ କଲେ। ମାତ୍ର ସଦାପ୍ରଭୁ କହିଲେ, “ତୁମ୍ଭେ ଅବଶ୍ୟ ହସିଲ।”
16ଏଥିଉତ୍ତାରେ ସେହି ଲୋକମାନେ ସେଠାରୁ ଉଠି ସଦୋମ ଆଡ଼କୁ ପ୍ରସ୍ଥାନ କରନ୍ତେ, ଅବ୍ରହାମ ବାଟ ଦେଖାଇବାକୁ ସେମାନଙ୍କ ସଙ୍ଗେ ସଙ୍ଗେ ଚାଲିଲେ।