17ତହୁଁ ସଦାପ୍ରଭୁ କହିଲେ, “ଆମ୍ଭେ ଯାହା କରିବାକୁ ଉଦ୍ୟତ ଅଟୁ, ତାହା କି ଅବ୍ରହାମଠାରୁ ଲୁଚାଇବା?
18ଅବ୍ରହାମଠାରୁ ଏକ ମହତୀ ଓ ବଳବତୀ ଗୋଷ୍ଠୀ ଉତ୍ପନ୍ନ ହେବ ଓ ପୃଥିବୀର ଯାବତୀୟ ଗୋଷ୍ଠୀ ତାହାଠାରୁ ଆଶୀର୍ବାଦ ପ୍ରାପ୍ତ ହେବେ।
19ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”
20ସଦାପ୍ରଭୁ ଆହୁରି କହିଲେ, “ସଦୋମ ଓ ହମୋରାର ବିରୁଦ୍ଧରେ ମହାଧ୍ୱନି ଉଠୁଅଛି, ସେମାନଙ୍କର ପାପ ଅତିଶୟ ଗୁରୁତର;
21ଏଣୁ ଆମ୍ଭେ ତଳକୁ ଦେଖିବାକୁ ଯାଇ ଆମ୍ଭ ନିକଟକୁ ଆଗତ କ୍ରନ୍ଦନ ଅନୁସାରେ ସେମାନେ ସର୍ବତୋଭାବେ କରିଅଛନ୍ତି କି ନାହିଁ, ତାହା ଜାଣିବା।”