ଆଦି ପୁସ୍ତକ 18

ତହିଁରେ ସେ ଅନାଇ ଦେଖିଲେ, ତିନୋଟି ପୁରୁଷ ତାଙ୍କ ସମ୍ମୁଖରେ ଦଣ୍ଡାୟମାନ; ପୁଣି, ଦେଖିବାମାତ୍ର ସାକ୍ଷାତ କରିବାକୁ ତମ୍ବୁଦ୍ୱାରରୁ ବେଗେ ଯାଇ ଭୂମିଷ୍ଠ ହୋଇ କହିଲେ,

Genesis 18:2 (UKJV) And he lift up his eyes and looked, and, lo, three men stood by him: and when he saw them, he ran to meet them from the tent door, and bowed himself toward the ground,

1ଏଥିଉତ୍ତାରେ ଦିନକର ଖରା ବେଳେ ଅବ୍ରହାମ ମମ୍ରିର ଅଲୋନ ବୃକ୍ଷ ମୂଳେ ଆପଣା ତମ୍ବୁ ଦ୍ୱାରରେ ବସିଥିଲେ; ଏହି ସମୟରେ ସଦାପ୍ରଭୁ ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଲେ।

2ତହିଁରେ ସେ ଅନାଇ ଦେଖିଲେ, ତିନୋଟି ପୁରୁଷ ତାଙ୍କ ସମ୍ମୁଖରେ ଦଣ୍ଡାୟମାନ; ପୁଣି, ଦେଖିବାମାତ୍ର ସାକ୍ଷାତ କରିବାକୁ ତମ୍ବୁଦ୍ୱାରରୁ ବେଗେ ଯାଇ ଭୂମିଷ୍ଠ ହୋଇ କହିଲେ,

3“ହେ ପ୍ରଭୋ, ନିବେଦନ କରୁଅଛି, ମହାଶୟଗଣ, ଯଦି ତୁମ୍ଭେମାନେ ମୋ ଉପରେ ସନ୍ତୁଷ୍ଟ ଅଛନ୍ତି, ତେବେ ଏହି ଦାସର ସ୍ଥାନରେ (ଏଠାରେ) କିଛି ସମୟ ରୁହନ୍ତୁ।

4ବିନୟ କରୁଅଛି, ମୋତେ ଅଳ୍ପ ଜଳ ଆଣିବାକୁ ଦିଅନ୍ତୁ ପୁଣି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.