20ସଦାପ୍ରଭୁ ଆହୁରି କହିଲେ, “ସଦୋମ ଓ ହମୋରାର ବିରୁଦ୍ଧରେ ମହାଧ୍ୱନି ଉଠୁଅଛି, ସେମାନଙ୍କର ପାପ ଅତିଶୟ ଗୁରୁତର;
21ଏଣୁ ଆମ୍ଭେ ତଳକୁ ଦେଖିବାକୁ ଯାଇ ଆମ୍ଭ ନିକଟକୁ ଆଗତ କ୍ରନ୍ଦନ ଅନୁସାରେ ସେମାନେ ସର୍ବତୋଭାବେ କରିଅଛନ୍ତି କି ନାହିଁ, ତାହା ଜାଣିବା।”
22ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ସେହିଠାରୁ ବାହୁଡ଼ି ସଦୋମ ଆଡ଼କୁ ଗମନ କଲେ; ମାତ୍ର ଅବ୍ରହାମ ସେ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଛାମୁରେ ଛିଡ଼ା ହୋଇ ରହିଲେ।
23ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ?
24ହୋଇପାରେ, ନଗର ମଧ୍ୟରେ ପଚାଶ ଜଣ ଧାର୍ମିକ ଥିବେ; ତହିଁ ମଧ୍ୟବର୍ତ୍ତୀ ପଚାଶ ଜଣ ଧାର୍ମିକଙ୍କ ସକାଶେ କି ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ?