23ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ?
24ହୋଇପାରେ, ନଗର ମଧ୍ୟରେ ପଚାଶ ଜଣ ଧାର୍ମିକ ଥିବେ; ତହିଁ ମଧ୍ୟବର୍ତ୍ତୀ ପଚାଶ ଜଣ ଧାର୍ମିକଙ୍କ ସକାଶେ କି ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ?
25ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟବିଚାର କରିବେ ନାହିଁ?”
26ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଯଦି ସଦୋମ ନଗରରେ ପଚାଶ ଜଣ ଧାର୍ମିକ ଦେଖିବା, ତେବେ ସେମାନଙ୍କ ସକାଶେ ସମସ୍ତ ସ୍ଥାନ ରକ୍ଷା କରିବା।”
27ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, “ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେ ହେଁ ମୋ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି।