26ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଯଦି ସଦୋମ ନଗରରେ ପଚାଶ ଜଣ ଧାର୍ମିକ ଦେଖିବା, ତେବେ ସେମାନଙ୍କ ସକାଶେ ସମସ୍ତ ସ୍ଥାନ ରକ୍ଷା କରିବା।”
27ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, “ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେ ହେଁ ମୋ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି।
28ହୋଇପାରେ, ପଚାଶ ଜଣ ଧାର୍ମିକ ମଧ୍ୟରୁ ପାଞ୍ଚ ଜଣ ଊଣା ଥିବେ; ସେହି ପାଞ୍ଚ ଜଣ ଊଣା ହେବା ସକାଶୁ କି ଆପଣ ସମସ୍ତ ନଗର ବିନଷ୍ଟ କରିବେ?” ସଦାପ୍ରଭୁ କହିଲେ, “ଆମ୍ଭେ ପଞ୍ଚଚାଳିଶ ଜଣ ପାଇଲେ, ତାହା ବିନଷ୍ଟ କରିବା ନାହିଁ।”
29ଅବ୍ରହାମ ତାହାଙ୍କୁ ପୁନର୍ବାର କହିଲେ, “ହୋଇପାରେ, ସେଠାରେ ଚାଳିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଚାଳିଶ ଜଣ ସକାଶୁ ତାହା କରିବା ନାହିଁ।”
30ପୁନର୍ବାର ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆହୁରି କଥାଟିଏ କହିବି; ହୋଇପାରେ, ସେଠାରେ ତିରିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ତିରିଶ ଜଣ ପାଇଲେ, ତାହା କରିବା ନାହିଁ।”