29ଅବ୍ରହାମ ତାହାଙ୍କୁ ପୁନର୍ବାର କହିଲେ, “ହୋଇପାରେ, ସେଠାରେ ଚାଳିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଚାଳିଶ ଜଣ ସକାଶୁ ତାହା କରିବା ନାହିଁ।”
30ପୁନର୍ବାର ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆହୁରି କଥାଟିଏ କହିବି; ହୋଇପାରେ, ସେଠାରେ ତିରିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ତିରିଶ ଜଣ ପାଇଲେ, ତାହା କରିବା ନାହିଁ।”
31ଅବ୍ରହାମ କହିଲେ, “ଦେଖନ୍ତୁ, ପ୍ରଭୁଙ୍କ ଛାମୁରେ ମୁଁ ପୁନର୍ବାର କଥା କହିବାକୁ ପ୍ରବୃତ୍ତ ହୋଇଅଛି; ହୋଇପାରେ, ସେଠାରେ କୋଡ଼ିଏ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି କୋଡ଼ିଏ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।”
32ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆଉ ଥରେ ମାତ୍ର କହିବି; ହୋଇପାରେ, ସେଠାରେ ଦଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଦଶ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।”
33ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କ ସହିତ ଏପ୍ରକାର କଥୋପକଥନ ସମାପନ କରି ପ୍ରସ୍ଥାନ କଲେ, ପୁଣି, ଅବ୍ରହାମ ମଧ୍ୟ ସ୍ୱ ସ୍ଥାନକୁ ଫେରିଗଲେ।