ଆଦି ପୁସ୍ତକ 18

ଏଥିଉତ୍ତାରେ ଅବ୍ରହାମ ଗୋଠକୁ ଶୀଘ୍ର ଯାଇ ଉତ୍ତମ କୋମଳ ଗୋବତ୍ସ ଆଣି ଦାସକୁ ଦିଅନ୍ତେ, ସେ ତାହା ଶୀଘ୍ର ରାନ୍ଧିଲା।

Genesis 18:7 (UKJV) And Abraham ran unto the herd, and fetched a calf tender and good, and gave it unto a young man; and he hasted to dress it.

5ଯେହେତୁ ଆପଣମାନେ ଆପଣଙ୍କ ଦାସଙ୍କ ନିକଟକୁ ଆସିଅଛନ୍ତି, ଏଥିପାଇଁ ମୋତେ କିଛି ଖାଦ୍ୟଦ୍ରବ୍ୟ ଆଣିବାକୁ ଦିଅନ୍ତୁ, ପୁଣି ଭୋଜନ କଲା ପରେ ଆପଣମାନେ ଗମନ କରିବେ।” ସେତେବେଳେ ସେମାନେ କହିଲେ, “ଯାହା କହୁଅଛ, ତାହା କର।”

6ତହିଁରେ ଅବ୍ରହାମ ଶୀଘ୍ର ତମ୍ବୁଗୃହକୁ ସାରା ନିକଟକୁ ଯାଇ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୁଟି ପ୍ରସ୍ତୁତ କର।”

7ଏଥିଉତ୍ତାରେ ଅବ୍ରହାମ ଗୋଠକୁ ଶୀଘ୍ର ଯାଇ ଉତ୍ତମ କୋମଳ ଗୋବତ୍ସ ଆଣି ଦାସକୁ ଦିଅନ୍ତେ, ସେ ତାହା ଶୀଘ୍ର ରାନ୍ଧିଲା।

8ସେତେବେଳେ ସେ ଦହି, ଦୁଗ୍ଧ ଓ ପକ୍ୱ ଗୋବତ୍ସ ଆଣି ସେମାନଙ୍କ ନିକଟରେ ରଖିଲେ, ପୁଣି, ସେମାନଙ୍କ ଭୋଜନ ସମୟରେ ବୃକ୍ଷ ମୂଳେ ସେମାନଙ୍କ ନିକଟରେ ଛିଡ଼ା ହେଲେ।

9ତହିଁ ଉତ୍ତାରେ ସେମାନେ ତାଙ୍କୁ ପଚାରିଲେ, “ତୁମ୍ଭର ଭାର୍ଯ୍ୟା ସାରା କେଉଁଠାରେ?” ସେ କହିଲେ, “ଦେଖନ୍ତୁ, ସେ ତମ୍ବୁରେ ଅଛନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.