19ଏବେ ଏହି ଦାସ ପ୍ରତି ଅନୁଗ୍ରହ ଓ ମହାଦୟା କରି ପ୍ରାଣରକ୍ଷା କଲେ; ମୁଁ ପର୍ବତକୁ ପଳାଇ ଯାଇ ନ ପାରେ; କେଜାଣି ବିପଦ ଘଟିଲେ ମରିଯିବି।
20ଦେଖନ୍ତୁ, ପଳାଇ ଯିବାକୁ ସେହି ନଗର ନିକଟବର୍ତ୍ତୀ, ତାହା କ୍ଷୁଦ୍ର; ସେହି ସ୍ଥାନକୁ ପଳାଇବାକୁ ଆଜ୍ଞା କରନ୍ତୁ, ତହିଁରେ ମୋହର ପ୍ରାଣ ବଞ୍ଚିବ; ତାହା କି କ୍ଷୁଦ୍ର ନୁହେଁ?”
21ତହୁଁ ସେ କହିଲେ, “ଭଲ, ଆମ୍ଭେ ଏ ବିଷୟରେ ତୁମ୍ଭ ପ୍ରତି ଅନୁଗ୍ରହ କରି, ସେହି ଯେଉଁ ନଗରର କଥା ତୁମ୍ଭେ କହିଲ, ତାହା ଉତ୍ପାଟନ କରିବା ନାହିଁ।
22ତୁମ୍ଭେ ଶୀଘ୍ର ସେହି ସ୍ଥାନକୁ ପଳାଅ, ଯେହେତୁ ତୁମ୍ଭେ ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେ କିଛି କରି ନ ପାରୁ।” ଏଣୁ ସେହି ସ୍ଥାନର ନାମ ସୋୟର ହେଲା।
23ଏଥିଉତ୍ତାରେ ଦେଶରେ ସୂର୍ଯ୍ୟୋଦୟ ହୁଅନ୍ତେ, ଲୋଟ ସୋୟରରେ ପ୍ରବେଶ କଲା।