21ତହୁଁ ସେ କହିଲେ, “ଭଲ, ଆମ୍ଭେ ଏ ବିଷୟରେ ତୁମ୍ଭ ପ୍ରତି ଅନୁଗ୍ରହ କରି, ସେହି ଯେଉଁ ନଗରର କଥା ତୁମ୍ଭେ କହିଲ, ତାହା ଉତ୍ପାଟନ କରିବା ନାହିଁ।
22ତୁମ୍ଭେ ଶୀଘ୍ର ସେହି ସ୍ଥାନକୁ ପଳାଅ, ଯେହେତୁ ତୁମ୍ଭେ ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେ କିଛି କରି ନ ପାରୁ।” ଏଣୁ ସେହି ସ୍ଥାନର ନାମ ସୋୟର ହେଲା।
23ଏଥିଉତ୍ତାରେ ଦେଶରେ ସୂର୍ଯ୍ୟୋଦୟ ହୁଅନ୍ତେ, ଲୋଟ ସୋୟରରେ ପ୍ରବେଶ କଲା।
24ତେବେ ସଦାପ୍ରଭୁ ଆକାଶରୁ ସଦାପ୍ରଭୁଙ୍କ ନିକଟରୁ ସଦୋମ ଓ ହମୋରା ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କରି
25ସେହି ସମୁଦାୟ ନଗର ଓ ପ୍ରାନ୍ତର ଓ ତନ୍ମଧ୍ୟସ୍ଥିତ ଲୋକ ଓ ସେହି ଭୂମିରେ ଜାତ ସକଳ ପଦାର୍ଥ ଉତ୍ପାଟନ କଲେ।