26ସେହି ସମୟରେ ଲୋଟର ଭାର୍ଯ୍ୟା ପଛଆଡ଼କୁ ଅନାଇବାରୁ ସେ ଲବଣ ସ୍ତମ୍ଭ ହେଲା।
27ଆଉ ଅବ୍ରହାମ ପ୍ରଭାତରୁ ଉଠି ପୂର୍ବେ ଯେଉଁ ସ୍ଥାନରେ ସଦାପ୍ରଭୁଙ୍କ ଛାମୁରେ ଠିଆ ହୋଇଥିଲେ, ସେହି ସ୍ଥାନରେ ଉପସ୍ଥିତ ହୋଇ
28ସଦୋମ ଓ ହମୋରା ଓ ପ୍ରାନ୍ତରସ୍ଥ ସମସ୍ତ ଅଞ୍ଚଳ ପ୍ରତି ଅନାନ୍ତେ, ସେହି ଦେଶରୁ ଭାଟିର ଧୂମ ତୁଲ୍ୟ ଧୂମ ଉଠିବାର ଦେଖିଲେ।
29ଏହିରୂପେ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ୱର ଅବ୍ରହାମଙ୍କୁ ସ୍ମରଣ କଲେ, ପୁଣି, ଲୋଟ ଯେଉଁ ଯେଉଁ ନଗରରେ ବାସ କରିଥିଲା, ସେହି ସେହି ନଗରର ଉତ୍ପାଟନ ସମୟରେ ଉତ୍ପାଟନ ମଧ୍ୟରୁ ଲୋଟକୁ ବାହାର କଲେ।
30ଏଥିଉତ୍ତାରେ ଲୋଟ ସୋୟରରେ ବାସ କରିବାକୁ ଭୟ କରି ସେଠାରୁ ବାହାରି ଆପଣାର ଦୁଇ କନ୍ୟାଙ୍କୁ ଘେନି ପର୍ବତରେ ବାସ କଲା; ତହିଁରେ ସେ ଓ ତାହାର ଦୁଇ କନ୍ୟା ଗିରି କନ୍ଦରରେ ବାସ କଲେ।