30ଏଥିଉତ୍ତାରେ ଲୋଟ ସୋୟରରେ ବାସ କରିବାକୁ ଭୟ କରି ସେଠାରୁ ବାହାରି ଆପଣାର ଦୁଇ କନ୍ୟାଙ୍କୁ ଘେନି ପର୍ବତରେ ବାସ କଲା; ତହିଁରେ ସେ ଓ ତାହାର ଦୁଇ କନ୍ୟା ଗିରି କନ୍ଦରରେ ବାସ କଲେ।
31ଏଥିଉତ୍ତାରେ ତାହାର ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, “ଆମ୍ଭମାନଙ୍କର ପିତା ବୃଦ୍ଧ, ପୁଣି, ସଂସାରର ବ୍ୟବହାରାନୁସାରେ ଆମ୍ଭମାନଙ୍କର ସହବାସ କରିବାକୁ ଏ ଦେଶରେ ତ କୌଣସି ପୁରୁଷ ନାହିଁ।
32ଆସ, ଆମ୍ଭେମାନେ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଇ ପିତାଙ୍କ ବଂଶ ରକ୍ଷା ନିମିତ୍ତ ତାଙ୍କ ସଙ୍ଗେ ଶୟନ କରିବା।”
33ତହୁଁ ସେହି ରାତ୍ରରେ ସେମାନେ ଆପଣା ପିତାଙ୍କୁ ଦ୍ରାକ୍ଷାରସ ପାନ କରାନ୍ତେ, ଜ୍ୟେଷ୍ଠା କନ୍ୟା ଉଠିଯାଇ ପିତା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ।
34ଆରଦିନ ସେହି ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, “ଦେଖ, ମୁଁ ଗତ ରାତ୍ର ପିତାଙ୍କ ସଙ୍ଗରେ ଶୟନ କଲି, ଆସ, ଆଜି ରାତ୍ର ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଉ; ତହୁଁ ତୁମ୍ଭେ ଯାଇ ପିତାଙ୍କ ବଂଶ ରକ୍ଷାର୍ଥେ ତାଙ୍କ ସଙ୍ଗେ ଶୟନ କର।”