34ଆରଦିନ ସେହି ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, “ଦେଖ, ମୁଁ ଗତ ରାତ୍ର ପିତାଙ୍କ ସଙ୍ଗରେ ଶୟନ କଲି, ଆସ, ଆଜି ରାତ୍ର ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଉ; ତହୁଁ ତୁମ୍ଭେ ଯାଇ ପିତାଙ୍କ ବଂଶ ରକ୍ଷାର୍ଥେ ତାଙ୍କ ସଙ୍ଗେ ଶୟନ କର।”
35ତହିଁରେ ସେମାନେ ସେହି ରାତ୍ରିରେ ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାନ୍ତେ, କନିଷ୍ଠା କନ୍ୟା ଉଠି ତାହା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ।
36ଏହିରୂପେ ଲୋଟର ଦୁଇ କନ୍ୟା ଆପଣା ପିତା ଦ୍ୱାରା ଗର୍ଭବତୀ ହେଲେ।
37ଏଥିଉତ୍ତାରେ ଜ୍ୟେଷ୍ଠା କନ୍ୟା ପୁତ୍ର ପ୍ରସବ କରି ତାହାର ନାମ ମୋୟାବ ଦେଲା; ସେ ବର୍ତ୍ତମାନ କାଳର ମୋୟାବୀୟ ଲୋକମାନଙ୍କର ଆଦିପିତା।
38ପୁଣି, କନିଷ୍ଠା କନ୍ୟା ପୁତ୍ର ପ୍ରସବ କରି ତାହାର ନାମ ବିନ-ଅମ୍ମି ଦେଲା; ସେ ବର୍ତ୍ତମାନ କାଳର ଅମ୍ମୋନୀୟ ଲୋକମାନଙ୍କର ଆଦିପିତା।