4ମାତ୍ର ସେମାନେ ଶୟନ କରିବା ପୂର୍ବେ ସେହି ନଗରର ଲୋକମାନେ, ଅର୍ଥାତ୍, ସଦୋମର ଯୁବାବୃଦ୍ଧାଦି ସମସ୍ତ ଲୋକ ଚାରିଆଡ଼ୁ ଆସି ତାହାର ଘର ଘେରିଲେ।
5ପୁଣି, ଲୋଟକୁ ଡାକି କହିଲେ, “ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।”
6ତହିଁରେ ଲୋଟ ବାହାରକୁ ଆସି ଦ୍ୱାର ବନ୍ଦ କରି କହିଲା,
7“ହେ ଭାଇମାନେ, ମୁଁ ବିନୟ କରୁଅଛି, ଏପରି କୁବ୍ୟବହାର କର ନାହିଁ।
8ଦେଖ, ପୁରୁଷ-ଅସ୍ପୃଷ୍ଟା ମୋହର ଦୁଇଟି କନ୍ୟା ଅଛନ୍ତି, ସେମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ଆଣୁଅଛି, ତୁମ୍ଭମାନଙ୍କ ଦୃଷ୍ଟିରେ ଯାହା ଭଲ, ତାହା ସେମାନଙ୍କ ପ୍ରତି କର, ମାତ୍ର ସେହି ମନୁଷ୍ୟମାନଙ୍କ ପ୍ରତି କିଛି କର ନାହିଁ, କାରଣ ଏଥିନିମନ୍ତେ ସେମାନେ ମୋʼ ଛାତ ତଳେ ଆଶ୍ରୟ ନେଇଅଛନ୍ତି।”