ଆଦି ପୁସ୍ତକ 19

“ହେ ଭାଇମାନେ, ମୁଁ ବିନୟ କରୁଅଛି, ଏପରି କୁବ୍ୟବହାର କର ନାହିଁ।

Genesis 19:7 (UKJV) And said, I pray you, brethren, do not so wickedly.

5ପୁଣି, ଲୋଟକୁ ଡାକି କହିଲେ, “ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।”

6ତହିଁରେ ଲୋଟ ବାହାରକୁ ଆସି ଦ୍ୱାର ବନ୍ଦ କରି କହିଲା,

7“ହେ ଭାଇମାନେ, ମୁଁ ବିନୟ କରୁଅଛି, ଏପରି କୁବ୍ୟବହାର କର ନାହିଁ।

8ଦେଖ, ପୁରୁଷ-ଅସ୍ପୃଷ୍ଟା ମୋହର ଦୁଇଟି କନ୍ୟା ଅଛନ୍ତି, ସେମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ଆଣୁଅଛି, ତୁମ୍ଭମାନଙ୍କ ଦୃଷ୍ଟିରେ ଯାହା ଭଲ, ତାହା ସେମାନଙ୍କ ପ୍ରତି କର, ମାତ୍ର ସେହି ମନୁଷ୍ୟମାନଙ୍କ ପ୍ରତି କିଛି କର ନାହିଁ, କାରଣ ଏଥିନିମନ୍ତେ ସେମାନେ ମୋʼ ଛାତ ତଳେ ଆଶ୍ରୟ ନେଇଅଛନ୍ତି।”

9ସେତେବେଳେ ସେମାନେ କହିଲେ, “ଘୁଞ୍ଚି ଯା।” ପୁଣି କହିଲେ, “ଏ ଲୋକଟା ଆମ୍ଭମାନଙ୍କ ମଧ୍ୟରେ ପ୍ରବାସ କରିବାକୁ ଆସି ଆମ୍ଭମାନଙ୍କର ବିଚାରକର୍ତ୍ତା ହେବାକୁ ଚାହେଁ; ଏବେ ସେମାନଙ୍କଠାରୁ ତୋʼ ପ୍ରତି ଆହୁରି କୁବ୍ୟବହାର କରିବା।” ତହୁଁ ସେମାନେ ସେହି ମନୁଷ୍ୟ, ଅର୍ଥାତ୍‍, ଲୋଟ ପ୍ରତି ବଳ ପ୍ରୟୋଗ କରି କବାଟ ଭାଙ୍ଗିବାକୁ ଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.