1ଏହିରୂପେ ଆକାଶମଣ୍ଡଳ ଓ ପୃଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା।
2ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
3ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।