23ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”
24ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।
25ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।