3ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
4ସୃଷ୍ଟିକାଳରେ ଆକାଶମଣ୍ଡଳ ଓ ପୃଥିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ,
5ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।
6ପୁଣି, ପୃଥିବୀରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା।
7ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।