ଆଦି ପୁସ୍ତକ 20

ଏଥିଉତ୍ତାରେ ଅବ୍ରହାମ ସେଠାରୁ ଦକ୍ଷିଣ ଦେଶକୁ ଯାତ୍ରା କରି କାଦେଶ ଓ ଶୂରର ମଧ୍ୟସ୍ଥାନରେ ଥାଇ ଗରାରରେ ପ୍ରବାସ କଲେ।

Genesis 20:1 (UKJV) And Abraham journeyed from thence toward the south country, and dwelled between Kadesh and Shur, and sojourned in Gerar.

1ଏଥିଉତ୍ତାରେ ଅବ୍ରହାମ ସେଠାରୁ ଦକ୍ଷିଣ ଦେଶକୁ ଯାତ୍ରା କରି କାଦେଶ ଓ ଶୂରର ମଧ୍ୟସ୍ଥାନରେ ଥାଇ ଗରାରରେ ପ୍ରବାସ କଲେ।

2ପୁଣି, ଅବ୍ରହାମ ଆପଣା ଭାର୍ଯ୍ୟା ସାରା ବିଷୟରେ କହିଲେ, “ସେ ମୋହର ଭଗିନୀ;” ଏହେତୁ ଗରାରର ରାଜା ଅବିମେଲକ ଲୋକ ପଠାଇ ସାରାକୁ ନେଇଗଲେ।

3ତହୁଁ ରାତ୍ରିକାଳରେ ପରମେଶ୍ୱର ସ୍ୱପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, “ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକୁ ତୁମ୍ଭେ ନେଇଅଛ, ତାହାର ସ୍ୱାମୀ ଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.