8ଏଥିଉତ୍ତାରେ ଅବିମେଲକ ପ୍ରଭାତରେ ଉଠି ଦାସମାନଙ୍କୁ ଡାକି ଏସବୁ ବୃତ୍ତାନ୍ତ ସେମାନଙ୍କ କର୍ଣ୍ଣଗୋଚର କରନ୍ତେ, ସେମାନେ ଅତି ଭୟାକୁଳ ହେଲେ।
9ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ।”
10ଅବିମେଲକ ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ କʼଣ ଦେଖି ଏରୂପ କର୍ମ କଲ?”
11ସେତେବେଳେ ଅବ୍ରହାମ କହିଲେ, “ଏ ଦେଶରେ ପରମେଶ୍ୱରଙ୍କ ପ୍ରତି କିଛି ଭୟ ନାହିଁ; ଏନିମନ୍ତେ ମୁଁ ଭାବିଲି, ଏମାନେ ଅବା ମୋହର ଭାର୍ଯ୍ୟା ଲୋଭରେ ମୋତେ ବଧ କରିବେ।
12ସେ ମୋହର ଭଗିନୀ, ଏହା ସତ୍ୟ, ଯେହେତୁ ସେ ମୋହର ପିତୃକନ୍ୟା, ମାତୃକନ୍ୟା ନୁହେଁ, ପୁଣି, ମୋହର ଭାର୍ଯ୍ୟା ହେଲା।