10ଅବିମେଲକ ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ କʼଣ ଦେଖି ଏରୂପ କର୍ମ କଲ?”
11ସେତେବେଳେ ଅବ୍ରହାମ କହିଲେ, “ଏ ଦେଶରେ ପରମେଶ୍ୱରଙ୍କ ପ୍ରତି କିଛି ଭୟ ନାହିଁ; ଏନିମନ୍ତେ ମୁଁ ଭାବିଲି, ଏମାନେ ଅବା ମୋହର ଭାର୍ଯ୍ୟା ଲୋଭରେ ମୋତେ ବଧ କରିବେ।
12ସେ ମୋହର ଭଗିନୀ, ଏହା ସତ୍ୟ, ଯେହେତୁ ସେ ମୋହର ପିତୃକନ୍ୟା, ମାତୃକନ୍ୟା ନୁହେଁ, ପୁଣି, ମୋହର ଭାର୍ଯ୍ୟା ହେଲା।
13ଯେତେବେଳେ ପରମେଶ୍ୱର ମୋତେ ପୈତୃକ ଗୃହରୁ ଭ୍ରମଣ କରାଇଲେ, ସେତେବେଳେ ମୁଁ ତାହାକୁ କହିଲି, ‘ତୁମ୍ଭେ ମୋʼ ପ୍ରତି ଏହି ଅନୁଗ୍ରହ କରିବ, ଆମ୍ଭେମାନେ ଯେଉଁ ଯେଉଁ ସ୍ଥାନକୁ ଯିବୁ, ସେହି ସେହି ସ୍ଥାନରେ ତୁମ୍ଭେ ମୋତେ ଭାଇ ବୋଲି ପରିଚୟ ଦେବ।’”
14ସେତେବେଳେ ଅବିମେଲକ ମେଷ ଓ ଗୋରୁ ଓ ଦାସଦାସୀ ଅଣାଇ ଅବ୍ରହାମଙ୍କୁ ଦେଲେ ଓ ତାଙ୍କର ଭାର୍ଯ୍ୟା ସାରାକୁ ମଧ୍ୟ ଫେରାଇ ଦେଲେ।