12ସେ ମୋହର ଭଗିନୀ, ଏହା ସତ୍ୟ, ଯେହେତୁ ସେ ମୋହର ପିତୃକନ୍ୟା, ମାତୃକନ୍ୟା ନୁହେଁ, ପୁଣି, ମୋହର ଭାର୍ଯ୍ୟା ହେଲା।
13ଯେତେବେଳେ ପରମେଶ୍ୱର ମୋତେ ପୈତୃକ ଗୃହରୁ ଭ୍ରମଣ କରାଇଲେ, ସେତେବେଳେ ମୁଁ ତାହାକୁ କହିଲି, ‘ତୁମ୍ଭେ ମୋʼ ପ୍ରତି ଏହି ଅନୁଗ୍ରହ କରିବ, ଆମ୍ଭେମାନେ ଯେଉଁ ଯେଉଁ ସ୍ଥାନକୁ ଯିବୁ, ସେହି ସେହି ସ୍ଥାନରେ ତୁମ୍ଭେ ମୋତେ ଭାଇ ବୋଲି ପରିଚୟ ଦେବ।’”
14ସେତେବେଳେ ଅବିମେଲକ ମେଷ ଓ ଗୋରୁ ଓ ଦାସଦାସୀ ଅଣାଇ ଅବ୍ରହାମଙ୍କୁ ଦେଲେ ଓ ତାଙ୍କର ଭାର୍ଯ୍ୟା ସାରାକୁ ମଧ୍ୟ ଫେରାଇ ଦେଲେ।
15ଏଥିଉତ୍ତାରେ ଅବିମେଲକ କହିଲେ, “ଦେଖ, ଆମ୍ଭର ଏହି ସମସ୍ତ ଦେଶ ତୁମ୍ଭ ସମ୍ମୁଖରେ ଅଛି, ତୁମ୍ଭର ଯେଉଁଠାରେ ଇଚ୍ଛା, ସେହିଠାରେ ବାସ କର।”
16ପୁଣି, ସେ ସାରାକୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ଭ୍ରାତାକୁ ସହସ୍ର ଖଣ୍ଡ ରୂପା ଦେଲୁ; ଦେଖ, ତାହା ତୁମ୍ଭ ପ୍ରତି ଘଟିଥିବା ସକଳ ବିଷୟ ନିମନ୍ତେ ସମସ୍ତଙ୍କ ସାକ୍ଷାତରେ ଚକ୍ଷୁର ଆବରଣ ସ୍ୱରୂପ; ଆଉ ସମସ୍ତ ବିଷୟରେ ତୁମ୍ଭ ପ୍ରତି ନ୍ୟାୟବିଚାର କରାଗଲା।”