ଆଦି ପୁସ୍ତକ 20

ଏଥିଉତ୍ତାରେ ଅବ୍ରହାମ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ପରମେଶ୍ୱର ଅବିମେଲକଙ୍କୁ ଓ ତାଙ୍କ ଭାର୍ଯ୍ୟାକୁ ଓ ତାହାର ଦାସୀଗଣକୁ ସୁସ୍ଥ କଲେ; ତହିଁରେ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ।

Genesis 20:17 (UKJV) So Abraham prayed unto God: and God healed Abimelech, and his wife, and his maidservants; and they bare children.

15ଏଥିଉତ୍ତାରେ ଅବିମେଲକ କହିଲେ, “ଦେଖ, ଆମ୍ଭର ଏହି ସମସ୍ତ ଦେଶ ତୁମ୍ଭ ସମ୍ମୁଖରେ ଅଛି, ତୁମ୍ଭର ଯେଉଁଠାରେ ଇଚ୍ଛା, ସେହିଠାରେ ବାସ କର।”

16ପୁଣି, ସେ ସାରାକୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ଭ୍ରାତାକୁ ସହସ୍ର ଖଣ୍ଡ ରୂପା ଦେଲୁ; ଦେଖ, ତାହା ତୁମ୍ଭ ପ୍ରତି ଘଟିଥିବା ସକଳ ବିଷୟ ନିମନ୍ତେ ସମସ୍ତଙ୍କ ସାକ୍ଷାତରେ ଚକ୍ଷୁର ଆବରଣ ସ୍ୱରୂପ; ଆଉ ସମସ୍ତ ବିଷୟରେ ତୁମ୍ଭ ପ୍ରତି ନ୍ୟାୟବିଚାର କରାଗଲା।”

17ଏଥିଉତ୍ତାରେ ଅବ୍ରହାମ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ପରମେଶ୍ୱର ଅବିମେଲକଙ୍କୁ ଓ ତାଙ୍କ ଭାର୍ଯ୍ୟାକୁ ଓ ତାହାର ଦାସୀଗଣକୁ ସୁସ୍ଥ କଲେ; ତହିଁରେ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ।

18ଯେହେତୁ ଅବ୍ରହାମଙ୍କର ଭାର୍ଯ୍ୟା ସାରା ସକାଶେ ସଦାପ୍ରଭୁ ଅବିମେଲକଙ୍କ ଗୃହସ୍ଥିତ ଲୋକମାନଙ୍କର ଗର୍ଭରୋଧ କରିଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.