2ପୁଣି, ଅବ୍ରହାମ ଆପଣା ଭାର୍ଯ୍ୟା ସାରା ବିଷୟରେ କହିଲେ, “ସେ ମୋହର ଭଗିନୀ;” ଏହେତୁ ଗରାରର ରାଜା ଅବିମେଲକ ଲୋକ ପଠାଇ ସାରାକୁ ନେଇଗଲେ।
3ତହୁଁ ରାତ୍ରିକାଳରେ ପରମେଶ୍ୱର ସ୍ୱପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, “ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକୁ ତୁମ୍ଭେ ନେଇଅଛ, ତାହାର ସ୍ୱାମୀ ଅଛି।”
4ମାତ୍ର ଅବିମେଲକ ତାହାର ସହବାସ କରି ନ ଥିବାରୁ କହିଲେ, “ହେ ପ୍ରଭୁ, ଯେଉଁ ଦେଶୀୟ ଲୋକେ ନିର୍ଦ୍ଦୋଷ, ସେମାନଙ୍କୁ ହିଁ କି ଆପଣ ବଧ କରିବେ?
5ସେହି ବ୍ୟକ୍ତି କି ନିଜେ ମୋତେ କହି ନ ଥିଲା ଯେ, ସେ ମୋହର ଭଗିନୀ? ପୁଣି, ସେହି ସ୍ତ୍ରୀ ନିଜେ କହିଲା କି ସେ ମୋହର ଭ୍ରାତା; ଏଣୁ ମନର ସରଳତା ଓ ହସ୍ତର ନିର୍ଦ୍ଦୋଷତାରେ ମୁଁ ଏହି କାର୍ଯ୍ୟ କରିଅଛି।”
6ତେବେ ପରମେଶ୍ୱର ସ୍ୱପ୍ନ ଯୋଗେ ତାହାକୁ କହିଲେ, “ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି, ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏନିମନ୍ତେ ତାଙ୍କୁ ସ୍ପର୍ଶ କରିବାକୁ ତୁମ୍ଭଙ୍କୁ ଦେଲୁ ନାହିଁ।