ଆଦି ପୁସ୍ତକ 20

ଏଥିଉତ୍ତାରେ ଅବିମେଲକ ପ୍ରଭାତରେ ଉଠି ଦାସମାନଙ୍କୁ ଡାକି ଏସବୁ ବୃତ୍ତାନ୍ତ ସେମାନଙ୍କ କର୍ଣ୍ଣଗୋଚର କରନ୍ତେ, ସେମାନେ ଅତି ଭୟାକୁଳ ହେଲେ।

Genesis 20:8 (UKJV) Therefore Abimelech rose early in the morning, and called all his servants, and told all these things in their ears: and the men were sore afraid.

6ତେବେ ପରମେଶ୍ୱର ସ୍ୱପ୍ନ ଯୋଗେ ତାହାକୁ କହିଲେ, “ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି, ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏନିମନ୍ତେ ତାଙ୍କୁ ସ୍ପର୍ଶ କରିବାକୁ ତୁମ୍ଭଙ୍କୁ ଦେଲୁ ନାହିଁ।

7ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍‍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।”

8ଏଥିଉତ୍ତାରେ ଅବିମେଲକ ପ୍ରଭାତରେ ଉଠି ଦାସମାନଙ୍କୁ ଡାକି ଏସବୁ ବୃତ୍ତାନ୍ତ ସେମାନଙ୍କ କର୍ଣ୍ଣଗୋଚର କରନ୍ତେ, ସେମାନେ ଅତି ଭୟାକୁଳ ହେଲେ।

9ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ।”

10ଅବିମେଲକ ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ କʼଣ ଦେଖି ଏରୂପ କର୍ମ କଲ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.