ଆଦି ପୁସ୍ତକ 21

ଏଥିଉତ୍ତାରେ ସଦାପ୍ରଭୁ ଆପଣା ବାକ୍ୟାନୁସାରେ ସାରାର ତତ୍ତ୍ୱାବଧାନ କଲେ; ପୁଣି, ସଦାପ୍ରଭୁ ଯାହା କହିଥିଲେ, ସାରା ପ୍ରତି ତାହା କଲେ।

Genesis 21:1 (UKJV) And the LORD visited Sarah as he had said, and the LORD did unto Sarah as he had spoken.

1ଏଥିଉତ୍ତାରେ ସଦାପ୍ରଭୁ ଆପଣା ବାକ୍ୟାନୁସାରେ ସାରାର ତତ୍ତ୍ୱାବଧାନ କଲେ; ପୁଣି, ସଦାପ୍ରଭୁ ଯାହା କହିଥିଲେ, ସାରା ପ୍ରତି ତାହା କଲେ।

2ତହିଁରେ ସାରା ଅବ୍ରହାମଙ୍କର ବୃଦ୍ଧାବସ୍ଥାରେ ଗର୍ଭବତୀ ହୋଇ ପରମେଶ୍ୱରଙ୍କ ଦ୍ୱାରା ନିରୂପିତ ସମୟରେ ପୁତ୍ର ପ୍ରସବ କଲେ।

3ସେତେବେଳେ ଅବ୍ରହାମ ସାରାର ଗର୍ଭଜାତ ନିଜ ପୁତ୍ରର ନାମ ଇସ୍‌ହାକ ରଖିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.