8ଆଉ ବାଳକ ବଡ଼ ହୁଅନ୍ତେ, ସେମାନେ ତାକୁ ସ୍ତନପାନ ତ୍ୟାଗ କରାଇଲେ; ପୁଣି, ଯେଉଁ ଦିନ ଇସ୍ହାକକୁ ସ୍ତନପାନ ତ୍ୟାଗ କରାଇଲେ, ସେହି ଦିନ ଅବ୍ରହାମ ମହାଭୋଜ ପ୍ରସ୍ତୁତ କଲେ।
9ଏଥିଉତ୍ତାରେ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯେଉଁ ପୁତ୍ର ଜନ୍ମ କରିଥିଲା, ସାରା ଦେଖିଲା, ସେ ପରିହାସ କରୁଅଛି।
10ଏହେତୁ ସେ ଅବ୍ରହାମଙ୍କୁ କହିଲା, “ତୁମ୍ଭେ ଏହି ଦାସୀକୁ ଓ ଏହାର ପୁତ୍ରକୁ ଦୂର କରିଦିଅ; କାରଣ ଏହି ଦାସୀର ପୁତ୍ର ମୋହର ପୁତ୍ର ଇସ୍ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ।”
11ଏହି କଥା ଶୁଣି ଅବ୍ରହାମ ଆପଣା ପୁତ୍ର ସକାଶୁ ଅତି ଦୁଃଖିତ ହେଲେ।
12ସେତେବେଳେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ।