10ଏହେତୁ ସେ ଅବ୍ରହାମଙ୍କୁ କହିଲା, “ତୁମ୍ଭେ ଏହି ଦାସୀକୁ ଓ ଏହାର ପୁତ୍ରକୁ ଦୂର କରିଦିଅ; କାରଣ ଏହି ଦାସୀର ପୁତ୍ର ମୋହର ପୁତ୍ର ଇସ୍ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ।”
11ଏହି କଥା ଶୁଣି ଅବ୍ରହାମ ଆପଣା ପୁତ୍ର ସକାଶୁ ଅତି ଦୁଃଖିତ ହେଲେ।
12ସେତେବେଳେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ।
13ଆଉ ଏହି ଦାସୀର ପୁତ୍ର ତୁମ୍ଭର ବଂଶ, ଏଣୁ ଆମ୍ଭେ ତାହାଠାରୁ ଏକ ଗୋଷ୍ଠୀ ଉତ୍ପନ୍ନ କରିବା।”
14ଏଥିଉତ୍ତାରେ ଅବ୍ରହାମ ପ୍ରଭାତରେ ଉଠି ରୁଟି ଓ ଜଳପୂର୍ଣ୍ଣ କୁମ୍ପା ଘେନି ହାଗାରର ସ୍କନ୍ଧରେ ଦେଇ ବାଳକଙ୍କୁ ସମର୍ପଣ କରି ତାହାଙ୍କୁ ବିଦାୟ କଲେ; ତହିଁରେ ସେ ପ୍ରସ୍ଥାନ କରି ବେର୍ଶେବା ନାମକ ପ୍ରାନ୍ତରରେ ପଥ ହରାଇଲା।