ଆଦି ପୁସ୍ତକ 21

ଆଉ ଏହି ଦାସୀର ପୁତ୍ର ତୁମ୍ଭର ବଂଶ, ଏଣୁ ଆମ୍ଭେ ତାହାଠାରୁ ଏକ ଗୋଷ୍ଠୀ ଉତ୍ପନ୍ନ କରିବା।”

Genesis 21:13 (UKJV) And also of the son of the bondwoman will I make a nation, because he is your seed.

11ଏହି କଥା ଶୁଣି ଅବ୍ରହାମ ଆପଣା ପୁତ୍ର ସକାଶୁ ଅତି ଦୁଃଖିତ ହେଲେ।

12ସେତେବେଳେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍‌ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ।

13ଆଉ ଏହି ଦାସୀର ପୁତ୍ର ତୁମ୍ଭର ବଂଶ, ଏଣୁ ଆମ୍ଭେ ତାହାଠାରୁ ଏକ ଗୋଷ୍ଠୀ ଉତ୍ପନ୍ନ କରିବା।”

14ଏଥିଉତ୍ତାରେ ଅବ୍ରହାମ ପ୍ରଭାତରେ ଉଠି ରୁଟି ଓ ଜଳପୂର୍ଣ୍ଣ କୁମ୍ପା ଘେନି ହାଗାରର ସ୍କନ୍ଧରେ ଦେଇ ବାଳକଙ୍କୁ ସମର୍ପଣ କରି ତାହାଙ୍କୁ ବିଦାୟ କଲେ; ତହିଁରେ ସେ ପ୍ରସ୍ଥାନ କରି ବେର୍‍ଶେବା ନାମକ ପ୍ରାନ୍ତରରେ ପଥ ହରାଇଲା।

15ପୁଣି, କୁମ୍ପାର ଜଳ ଶେଷ ହୁଅନ୍ତେ, ହାଗାର ଗୋଟିଏ ବୁଦାର ମୂଳରେ ବାଳକଙ୍କୁ ଛାଡ଼ିଦେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.