16ପୁଣି, ସେ ତାହା ଆଗରୁ ଦୂରକୁ ତୀରେକ ପରିମାଣ ଯାଇ ବସିଲା; କାରଣ ସେ କହିଲା, “ବାଳକର ମରଣ ମୁଁ ଦେଖିବି ନାହିଁ।” ପୁଣି, ସେ ତାହା ଆଗରେ ବସି ଉଚ୍ଚସ୍ୱରରେ ରୋଦନ କଲା।
17ସେତେବେଳେ ପରମେଶ୍ୱର ବାଳକର ରବ ଶୁଣିଲେ; ପୁଣି, ପରମେଶ୍ୱରଙ୍କ ଦୂତ ଆକାଶରୁ ଡାକି ହାଗାରଙ୍କୁ କହିଲେ, “ଆଗୋ ହାଗାର, ତୁମ୍ଭର କଅଣ ହେଲା? ଭୟ କର ନାହିଁ; କାରଣ, ଯେଉଁ ସ୍ଥାନରେ ବାଳକ ଅଛି, ସେହି ସ୍ଥାନରେ ପରମେଶ୍ୱର ତାହାର ରବ ଶୁଣିଅଛନ୍ତି।
18ତୁମ୍ଭେ ଠିଆ ହୋଇ ବାଳକଙ୍କୁ ଉଠାଇ ହସ୍ତରେ ଧର; ଆମ୍ଭେ ତାହାଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା।”
19ସେତେବେଳେ ପରମେଶ୍ୱର ତାହାର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଜଳ କୂପ ଦେଖିବାକୁ ପାଇ ସେଠାକୁ ଯାଇ କୁମ୍ପାରେ ଜଳ ପୂରାଇ ବାଳକକୁ ପାନ କରାଇଲା।
20ଏଥିଉତ୍ତାରେ ପରମେଶ୍ୱର ବାଳକର ସହାୟ ହୁଅନ୍ତେ, ସେ ବଡ଼ ହେଲା, ପୁଣି, ପ୍ରାନ୍ତରରେ ଥାଇ ଧନୁର୍ଦ୍ଧର ହେଲା।