ଆଦି ପୁସ୍ତକ 21

ଏଥିଉତ୍ତାରେ ପରମେଶ୍ୱର ବାଳକର ସହାୟ ହୁଅନ୍ତେ, ସେ ବଡ଼ ହେଲା, ପୁଣି, ପ୍ରାନ୍ତରରେ ଥାଇ ଧନୁର୍ଦ୍ଧର ହେଲା।

Genesis 21:20 (UKJV) And God was with the lad; and he grew, and dwelt in the wilderness, and became an archer.

18ତୁମ୍ଭେ ଠିଆ ହୋଇ ବାଳକଙ୍କୁ ଉଠାଇ ହସ୍ତରେ ଧର; ଆମ୍ଭେ ତାହାଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା।”

19ସେତେବେଳେ ପରମେଶ୍ୱର ତାହାର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଜଳ କୂପ ଦେଖିବାକୁ ପାଇ ସେଠାକୁ ଯାଇ କୁମ୍ପାରେ ଜଳ ପୂରାଇ ବାଳକକୁ ପାନ କରାଇଲା।

20ଏଥିଉତ୍ତାରେ ପରମେଶ୍ୱର ବାଳକର ସହାୟ ହୁଅନ୍ତେ, ସେ ବଡ଼ ହେଲା, ପୁଣି, ପ୍ରାନ୍ତରରେ ଥାଇ ଧନୁର୍ଦ୍ଧର ହେଲା।

21ସେ ପାରଣ ନାମକ ପ୍ରାନ୍ତରରେ ବସତି କଲା; ତହିଁ ଉତ୍ତାରେ ତାହାର ମାତା ଏକ ମିସର ଦେଶୀୟା କନ୍ୟା ସଙ୍ଗେ ତାହାର ବିବାହ କଲା।

22ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.