ଆଦି ପୁସ୍ତକ 21

ଆଉ ଅବିମେଲକଙ୍କ ଦାସଗଣ ଅବ୍ରହାମଙ୍କର ଏକ ସଜଳ କୂପ ବଳରେ ଅଧିକାର କରିଥିଲେ, ତେଣୁକରି ଅବ୍ରହାମ ଅବିମେଲକଙ୍କୁ ଅନୁଯୋଗ କଲେ।

Genesis 21:25 (UKJV) And Abraham reproved Abimelech because of a well of water, which Abimelech's servants had violently taken away.

23ଏଥିପାଇଁ ତୁମ୍ଭେ ଆମ୍ଭ ପ୍ରତି ଓ ଆମ୍ଭର ପୁତ୍ରପୌତ୍ର ପ୍ରତି ବିଶ୍ୱାସଘାତକତା କରିବ ନାହିଁ; ପୁଣି, ଆମ୍ଭେ ତୁମ୍ଭ ପ୍ରତି ଯେପରି ଅନୁଗ୍ରହ କରିଅଛୁ, ତଦନୁସାରେ ତୁମ୍ଭେ ଆମ୍ଭ ପ୍ରତି ଓ ତୁମ୍ଭର ପ୍ରବାସ ସ୍ଥାନ ଏହି ଦେଶ ପ୍ରତି ଅନୁଗ୍ରହ କରିବ, ଆମ୍ଭ ଆଗରେ ପରମେଶ୍ୱରଙ୍କ ଶପଥ କରି ଏହି କଥା କୁହ।”

24ତହିଁରେ ଅବ୍ରହାମ କହିଲେ, “ମୁଁ ଶପଥ କରିବି।”

25ଆଉ ଅବିମେଲକଙ୍କ ଦାସଗଣ ଅବ୍ରହାମଙ୍କର ଏକ ସଜଳ କୂପ ବଳରେ ଅଧିକାର କରିଥିଲେ, ତେଣୁକରି ଅବ୍ରହାମ ଅବିମେଲକଙ୍କୁ ଅନୁଯୋଗ କଲେ।

26ତହିଁରେ ଅବିମେଲକ କହିଲେ, “ଏ କର୍ମ କିଏ କଲା, ତାହା ଆମ୍ଭେ ଜାଣି ନାହୁଁ; ପୁଣି, ତୁମ୍ଭେ ହିଁ ଆମ୍ଭକୁ ଜଣାଇ ନାହଁ; ଆମ୍ଭେ କେବଳ ଆଜି ଏ କଥା ଶୁଣିଲୁ।”

27ଏଥିଉତ୍ତାରେ ଅବ୍ରହାମ ମେଷ ଓ ଗୋରୁ ଘେନି ଅବିମେଲକଙ୍କୁ ଦେଲେ, ପୁଣି, ଦୁହେଁ ଗୋଟିଏ ନିୟମ ସ୍ଥିର କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.