ଆଦି ପୁସ୍ତକ 21

ଏଥିଉତ୍ତାରେ ଅବ୍ରହାମ ମେଷ ଓ ଗୋରୁ ଘେନି ଅବିମେଲକଙ୍କୁ ଦେଲେ, ପୁଣି, ଦୁହେଁ ଗୋଟିଏ ନିୟମ ସ୍ଥିର କଲେ।

Genesis 21:27 (UKJV) And Abraham took sheep and oxen, and gave them unto Abimelech; and both of them made a covenant.

25ଆଉ ଅବିମେଲକଙ୍କ ଦାସଗଣ ଅବ୍ରହାମଙ୍କର ଏକ ସଜଳ କୂପ ବଳରେ ଅଧିକାର କରିଥିଲେ, ତେଣୁକରି ଅବ୍ରହାମ ଅବିମେଲକଙ୍କୁ ଅନୁଯୋଗ କଲେ।

26ତହିଁରେ ଅବିମେଲକ କହିଲେ, “ଏ କର୍ମ କିଏ କଲା, ତାହା ଆମ୍ଭେ ଜାଣି ନାହୁଁ; ପୁଣି, ତୁମ୍ଭେ ହିଁ ଆମ୍ଭକୁ ଜଣାଇ ନାହଁ; ଆମ୍ଭେ କେବଳ ଆଜି ଏ କଥା ଶୁଣିଲୁ।”

27ଏଥିଉତ୍ତାରେ ଅବ୍ରହାମ ମେଷ ଓ ଗୋରୁ ଘେନି ଅବିମେଲକଙ୍କୁ ଦେଲେ, ପୁଣି, ଦୁହେଁ ଗୋଟିଏ ନିୟମ ସ୍ଥିର କଲେ।

28ଆଉ ଅବ୍ରହାମ ପଲରୁ ସାତଗୋଟି ମେଷବତ୍ସା ପୃଥକ କରି ରଖିଲେ।

29ତହିଁରେ ଅବିମେଲକ ଅବ୍ରହାମଙ୍କୁ ପଚାରିଲେ, “ତୁମ୍ଭେ କି ଅଭିପ୍ରାୟରେ ଏହି ସାତଗୋଟି ମେଷବତ୍ସା ପୃଥକ କରି ରଖିଲ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.