ଆଦି ପୁସ୍ତକ 21

ଏଣୁ ସେହି ସ୍ଥାନର ନାମ ବେର୍‍ଶେବା (ଶପଥ-କୂପ) ହେଲା, ଯେହେତୁ ସେହିଠାରେ ସେ ଦୁହେଁ ଶପଥ କଲେ।

Genesis 21:31 (UKJV) Wherefore he called that place Beersheba; because there they swore both of them.

29ତହିଁରେ ଅବିମେଲକ ଅବ୍ରହାମଙ୍କୁ ପଚାରିଲେ, “ତୁମ୍ଭେ କି ଅଭିପ୍ରାୟରେ ଏହି ସାତଗୋଟି ମେଷବତ୍ସା ପୃଥକ କରି ରଖିଲ?”

30ଅବ୍ରହାମ କହିଲେ, “ମୁଁ ଯେ ଏହି କୂପ ଖୋଳିଅଛି, ତହିଁର ପ୍ରମାଣ ନିମନ୍ତେ ମୋʼ ଠାରୁ ଏହି ସାତଗୋଟି ମେଷବତ୍ସା ନେବାକୁ ହେବ।”

31ଏଣୁ ସେହି ସ୍ଥାନର ନାମ ବେର୍‍ଶେବା (ଶପଥ-କୂପ) ହେଲା, ଯେହେତୁ ସେହିଠାରେ ସେ ଦୁହେଁ ଶପଥ କଲେ।

32ଏହିରୂପେ ସେମାନେ ବେର୍‍ଶେବା ନିକଟରେ ନିୟମ ସ୍ଥିର କରନ୍ତେ, ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଉଠି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଗଲେ।

33ଏଥିଉତ୍ତାରେ ଅବ୍ରହାମ ସେହି ବେର୍‍ଶେବା ନିକଟରେ ଏକ ଝାଉଁ ବୃକ୍ଷ ରୋପଣ କରି ସେହି ସ୍ଥାନରେ ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.