ଆଦି ପୁସ୍ତକ 21

ପୁଣି, ଅବ୍ରହାମ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍‌ହାକକୁ ଅଷ୍ଟମ ଦିନରେ ସୁନ୍ନତ କଲେ।

Genesis 21:4 (UKJV) And Abraham circumcised his son Isaac being eight days old, as God had commanded him.

2ତହିଁରେ ସାରା ଅବ୍ରହାମଙ୍କର ବୃଦ୍ଧାବସ୍ଥାରେ ଗର୍ଭବତୀ ହୋଇ ପରମେଶ୍ୱରଙ୍କ ଦ୍ୱାରା ନିରୂପିତ ସମୟରେ ପୁତ୍ର ପ୍ରସବ କଲେ।

3ସେତେବେଳେ ଅବ୍ରହାମ ସାରାର ଗର୍ଭଜାତ ନିଜ ପୁତ୍ରର ନାମ ଇସ୍‌ହାକ ରଖିଲେ।

4ପୁଣି, ଅବ୍ରହାମ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍‌ହାକକୁ ଅଷ୍ଟମ ଦିନରେ ସୁନ୍ନତ କଲେ।

5ଅବ୍ରହାମଙ୍କର ଶହେ ବର୍ଷ ବୟସରେ ତାଙ୍କର ପୁତ୍ର ଇସ୍‌ହାକ ଜାତ ହେଲା।

6ଆଉ ସାରା କହିଲେ, “ପରମେଶ୍ୱର ମୋତେ ହସାଇଲେ, ଏହା ଶୁଣି ସମସ୍ତେ ମୋʼ ସହିତ ହସିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.