ଆଦି ପୁସ୍ତକ 21

ଅବ୍ରହାମଙ୍କର ଶହେ ବର୍ଷ ବୟସରେ ତାଙ୍କର ପୁତ୍ର ଇସ୍‌ହାକ ଜାତ ହେଲା।

Genesis 21:5 (UKJV) And Abraham was an hundred years old, when his son Isaac was born unto him.

3ସେତେବେଳେ ଅବ୍ରହାମ ସାରାର ଗର୍ଭଜାତ ନିଜ ପୁତ୍ରର ନାମ ଇସ୍‌ହାକ ରଖିଲେ।

4ପୁଣି, ଅବ୍ରହାମ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍‌ହାକକୁ ଅଷ୍ଟମ ଦିନରେ ସୁନ୍ନତ କଲେ।

5ଅବ୍ରହାମଙ୍କର ଶହେ ବର୍ଷ ବୟସରେ ତାଙ୍କର ପୁତ୍ର ଇସ୍‌ହାକ ଜାତ ହେଲା।

6ଆଉ ସାରା କହିଲେ, “ପରମେଶ୍ୱର ମୋତେ ହସାଇଲେ, ଏହା ଶୁଣି ସମସ୍ତେ ମୋʼ ସହିତ ହସିବେ।”

7ସେ ଆହୁରି କହିଲେ, “ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏ କଥା ଅବ୍ରହାମଙ୍କୁ କିଏ କହିପାରନ୍ତା? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.