ଆଦି ପୁସ୍ତକ 21

ଏଥିଉତ୍ତାରେ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯେଉଁ ପୁତ୍ର ଜନ୍ମ କରିଥିଲା, ସାରା ଦେଖିଲା, ସେ ପରିହାସ କରୁଅଛି।

Genesis 21:9 (UKJV) And Sarah saw the son of Hagar the Egyptian, which she had born unto Abraham, mocking.

7ସେ ଆହୁରି କହିଲେ, “ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏ କଥା ଅବ୍ରହାମଙ୍କୁ କିଏ କହିପାରନ୍ତା? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି।”

8ଆଉ ବାଳକ ବଡ଼ ହୁଅନ୍ତେ, ସେମାନେ ତାକୁ ସ୍ତନପାନ ତ୍ୟାଗ କରାଇଲେ; ପୁଣି, ଯେଉଁ ଦିନ ଇସ୍‌ହାକକୁ ସ୍ତନପାନ ତ୍ୟାଗ କରାଇଲେ, ସେହି ଦିନ ଅବ୍ରହାମ ମହାଭୋଜ ପ୍ରସ୍ତୁତ କଲେ।

9ଏଥିଉତ୍ତାରେ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯେଉଁ ପୁତ୍ର ଜନ୍ମ କରିଥିଲା, ସାରା ଦେଖିଲା, ସେ ପରିହାସ କରୁଅଛି।

10ଏହେତୁ ସେ ଅବ୍ରହାମଙ୍କୁ କହିଲା, “ତୁମ୍ଭେ ଏହି ଦାସୀକୁ ଓ ଏହାର ପୁତ୍ରକୁ ଦୂର କରିଦିଅ; କାରଣ ଏହି ଦାସୀର ପୁତ୍ର ମୋହର ପୁତ୍ର ଇସ୍‌ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ।”

11ଏହି କଥା ଶୁଣି ଅବ୍ରହାମ ଆପଣା ପୁତ୍ର ସକାଶୁ ଅତି ଦୁଃଖିତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.